ଭୁବନେଶ୍ବର: ସ୍ୱେଚ୍ଛାକୃତ ଅବସର (ଭିଆରଏସ୍) ନେଇଛନ୍ତି ୧୯୯୬ ବ୍ୟାଚ୍ର ଭାରତୀୟ ପୋଲିସ ସେବା (ଆଇପିଏସ୍) ଅଧିକାରୀ ସଂଜୟ ସିଂହ। ସଂଜୟ ସିଂହଙ୍କ ଭିଆରଏସ୍ ଆବେଦନକୁ ରାଜ୍ୟ ଗୃହ ବିଭାଗ ମଞ୍ଜୁର କରିଛି। ସଞ୍ଜୟ ସିଂହ ଏବେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ ଡେପୁଟି ଡିଜି ଭାବେ ଦାୟିତ୍ୱରେ ଥିବା ବେଳେ ସେ କାହିଁକି ଭିଆରଏସ୍ ନେଲେ ସେ ସମ୍ପର୍କରେ କୌଣସି ସୂଚନା ମିଳିପାରି ନାହିଁ।
ସୂଚନାଯୋଗ୍ୟ, ସଞ୍ଜୟ ସିଂହ ୨୦୦୬ ରୁ ୨୦୦୮ ଯାଏଁ ଅନୁଗୁଳ ଏସ୍ପି ଭାବେ କାର୍ଯ୍ୟ କରିବା ସହ ଓଡ଼ିଶା ପୋଲିସ୍ରେ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପଦପଦବିରେ କାର୍ଯ୍ୟ କରିଥିଲେ। ଏଥି ସହିତ ସେ ସେଣ୍ଟ୍ରାଲ ବ୍ୟୁରୋ ଅଫ୍ ଇଣ୍ଟଲିଜିଏନ୍ସ (ସିବିଆଇ)ରେ ମଧ୍ୟ କାମ କରିବାର ସୁଯୋଗ ପାଇଥିଲେ। ସେ ସିବିଆଇରେ ଡିଆଇଜି ରାଙ୍କରେ ଥିଲେ ଓ ଅନେକ ହାଇପ୍ରୋଫାଇଲ କେସ୍ର ଦାୟିତ୍ୱ ତାଙ୍କୁ ଦିଆଯାଇଥିଲା। ୨୦୨୧ରେ ସେ କେନ୍ଦ୍ରୀୟ ଡେପୁଟେସନରେ ଯାଇଥିଲେ ଓ ତାଙ୍କୁ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋରେ ଡେପୁଟି ଡାଇରେକ୍ଟର ଜେନେରାଲ ବା ଡିଡିଜି ପଦରେ ନିଯୁକ୍ତି ଦିଆଯାଇଥିଲା। କିନ୍ତୁ ଗୁରୁବାର ସେ ସ୍ୱେଚ୍ଛାକୃତ ଅବସର ନେଇଛନ୍ତି।