ମୁଖ୍ୟ ଖବର

ଆଜିଠୁ ବଢ଼ିବ ବର୍ଷା, ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

By Angul TV Bureau

July 04, 2023

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରର କେନ୍ଦ୍ର ଭାଗ ଉପରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ରାଜ୍ୟର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଆଜି ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଜିଲ୍ଲା‌ରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବା ନେଇ ସତର୍କତା ଜାରି କରାଯାଇଛି।

ସେହିପରି ବୁଧବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ୬ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି ଓ କନ୍ଧମାଳ ଆଦି ଜିଲ୍ଲାର କେତେକ ସ୍ଥାନରେ ‌ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।