ଅନୁଗୁଳରେ ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

You are currently viewing ଅନୁଗୁଳରେ ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ଅନୁଗୁଳ : ଅନୁଗୁଳରେ ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କୁ ସମ୍ବର୍ଦ୍ଧନା। ମନ୍ତ୍ରୀ ଶ୍ରୀ ପାତ୍ର ଆଜି ଇଣ୍ଟରସିଟି ଟ୍ରେନ ଯୋଗେ ବଲାଙ୍ଗୀର ଗସ୍ତ କରିଥିଲେ। ଏ ଅବସରରେ ଅନୁଗୁଳ ରେଲୱେ ଷ୍ଟେସନ ଠାରେ ବିଜେପି ପକ୍ଷରୁ ତାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି।
ଅନ୍ୟମାନଙ୍କ ମଧ୍ୟରେ ପ୍ରାକ୍ତନ ଜିଲ୍ଲା ବିଜେପି ସଭାପତି ଦିଲେଶ୍ଵର ପ୍ରଧାନ, ବରିଷ୍ଠ ନେତା ଦିଲ୍ଲୀପ ପ୍ରଧାନ, ଜିଲ୍ଲା ସାଧାରଣ ସମ୍ପାଦକ ସୁଦିପ ଗଡ଼ନାୟକ, ଜିଲ୍ଲା କୋଷାଧ୍ୟକ୍ଷ ବିଶ୍ୱଜିତ ମିଶ୍ର, ରୋଜାଲିନ ଦାସ, ଚିତ୍ତ ରଞ୍ଜନ ମେହେରଙ୍କ ସମେତ ବହୁ ପଦାଧିକାରୀ ଉପସ୍ଥିତ ରହି ମନ୍ତ୍ରୀଙ୍କୁ ଉତ୍ତରୀୟ ଓ ଫୁଲତୋଡ଼ା ପ୍ରଦାନ କରିଥିଲେ।

Share

Leave a Reply