ଅନୁଗୁଳ: ବିଦ୍ୟୁତ ଆଘାତରେ ଗୁରୁତର ମହିଳାଙ୍କର ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ମୃତ୍ୟୁ ଘଟିଛି। ସୂଚନା ମୁତାବକ, ବଅଁରପାଳ ଥାନା ଅନ୍ତର୍ଗତ ଗୋତମରା ଗାଁର ଜ୍ଞାନେନ୍ଦ୍ର ନାଏକଙ୍କ ସ୍ତ୍ରୀ ନନ୍ଦିନୀ ନାଏକ (୪୬) ସନ୍ଧ୍ୟାରେ କୂଅରୁ ପାଣି କାଢ଼ିବା ବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସିଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ।
ଖବର ପାଇ ପୋଲିସ ଡାକ୍ତରଖାନାରେ ପହଞ୍ଚି ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ରଖିଛି। ଆସନ୍ତାକାଲି ଶବ ବ୍ୟବଚ୍ଛେଦ କରାଯିବା ପରେ ଘର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ଜଣାଯାଇଛି।











