ଘଟଣା ଓ ଦୁର୍ଘଟଣା

ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

By Biswaranjan Pattnaik

August 30, 2021

ଅନୁଗୁଳ: ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ଅନ୍ତର୍ଗତ ବାରଗୌଣିଆ ଗାଁରେ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ସୂଚନା ଅନୁଯାୟୀ, ରବିବାର ରାତିରେ ଗାଁର ଧୃବ ସାହୁଙ୍କ ସ୍ତ୍ରୀ ବିମଳା(୬୫)ଙ୍କୁ ସାପ କାମୁଡ଼ି ଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ବନ୍ତଳା ଗୋଷୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବରପାଇ ପୁଲିସ ଶବକୁ ଜବତକରି ଏକ ଅପମୃତ୍ୟୁ ମାମଲା ରୁଜୁକରି ଶବ ବ୍ୟବଛେଦ କରାଇଛି।