ଗଛରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

You are currently viewing ଗଛରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଅନୁଗୁଳ: ଅନୁଗୁଳ ଜିଲ୍ଲା ପାଳଲହଡା ଥାନା ଅନ୍ତର୍ଗତ ନନ୍ଦିନୀପାଲି ଗ୍ରାମ ରାସ୍ତା ପାର୍ଶ୍ବରେ ଥିବା ଏକ ଗଛରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର କରାଯାଇଛି। ମୃତ ମହିଳା ହେଲେ ଗ୍ରାମର ଗୁରୁବାରୀ ନାୟକ।

ରବିବାର ସନ୍ଧ୍ୟାରୁ ଗୁରୁବାରୀ କୌଣସି କାମରେ ବାହାରକୁ ଯାଇଥିଲେ। କିନ୍ତୁ ବିଳମ୍ବିତ ରାତି ପର୍ଯ୍ୟନ୍ତ ଘରକୁ ଫେରି ନ ଥିଲେ। ପରିବାର ଲୋକେ ତାଙ୍କୁ ବହୁ ଖୋଜାଖୋଜି କରି ପାଇନଥିଲେ। ଆଜି ସୋମବାର ସକାଳୁ ଗାଁ ନିକଟରେ ଥିବା ଏକ ଆମ୍ବ ଗଛରୁ ତାଙ୍କ ଝୁଲନ୍ତା ଅବସ୍ଥାରେ ମୃତ ଦେହ ଠାବ ହୋଇଥିଲା। ଏ ନେଇ ପରିବାର ପକ୍ଷରୁ ପାଳଲହଡା ଥାନାରେ ଅଭିଯୋଗ କରାଯିବା ପରେ ଘଟଣାସ୍ଥଳରେ ପୋଲିସ ପହଂଚି ତଦନ୍ତ ଆରମ୍ଭ କରିଥିଲା। ତେବେ କେହି ଦୁର୍ବୃତ୍ତ ତାଙ୍କୁ ହତ୍ୟା କରି ଗଛରେ ଝୁଲେଇ ଦେଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଅନ୍ୟପଟେ ପାଳଲହଡ଼ା ପୋଲିସ, ସାଇଣ୍ଟିଫିକ ଟିମ ଓ ସନ୍ଧାନୀ କୁକୁର ସହାୟତାରେ ଘଟଣାର ତଦନ୍ତ ଜାରି ରଖିଛନ୍ତି। ତଦନ୍ତ ପରେ ଘଟଣାର ସତ୍ୟାସତ୍ୟ ଜଣାପଡ଼ିବ ବୋଲି ପାଳଲହଡ଼ା ଥାନା ଅଧିକାରୀ ପ୍ରଦୀପ କୁମାର ମହାନ୍ତ ସୂଚନା ଦେଇଛନ୍ତି।

Share

Leave a Reply