ବିଶ୍ୱ ଜନସଂଖ୍ୟା ଦିବସ ପାଳିତ, ଜୁଲାଇ ୨୪ ଯାଏଁ ଚାଲିବ ଜନସଂଖ୍ୟା ସ୍ଥିରିକରଣ ପକ୍ଷ

You are currently viewing ବିଶ୍ୱ ଜନସଂଖ୍ୟା ଦିବସ ପାଳିତ, ଜୁଲାଇ ୨୪ ଯାଏଁ ଚାଲିବ ଜନସଂଖ୍ୟା ସ୍ଥିରିକରଣ ପକ୍ଷ

ଅନୁଗୁଳ: ଆଜି ପୂର୍ବାହ୍ନରେ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟଠାରେ ବିଶ୍ବ ଜନସଂଖ୍ୟା ଦିବସ ପାଳିତ ହୋଇଛି। ଏ ଅବସରରେ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଜନସଂଖ୍ୟାରେ ସ୍ଥିରତା ଆଣିବା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରୁ ଏକ ସଚେତନତା ରଥର ଶୁଭାରମ୍ଭ ହୋଇଥିଲା।

ମୁଖ୍ୟ ଅତିଥି ଭାବେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ.ଶିବାନନ୍ଦ ମହାନ୍ତି ଯୋଗ ଦେଇ ଏହି ରଥର ଶୁଭାରମ୍ଭ କରିଥିଲେ। ଶ୍ରୀ ମହାନ୍ତି ପରିବାର ନିୟୋଜନରେ ବିଭିନ୍ନ ପଦ୍ଧତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟଠାରୁ ଆରମ୍ଭ କରି ଜିଲ୍ଲାର ଉପ ସ୍ବାସ୍ଥ୍ୟକେନ୍ଦ୍ର, ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର, ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଓ ଉପଖଣ୍ଡ ସ୍ତରୀୟ ସ୍ବାସ୍ଥ୍ୟକେନ୍ଦ୍ରରେ ଉପଲବ୍ଧ ରହିଛି ବୋଲି କହିଥିଲେ। ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ (ପରିବାର କଲ୍ୟାଣ) ଡା. ଅନ୍ତର୍ଯ୍ୟାମୀ ମିଶ୍ର ଯୋଗ ଦେଇ ସ୍ବାସ୍ଥ୍ୟ କେନ୍ଦ୍ରରେ ମିଳୁଥିବା ବିଭିନ୍ନ ପ୍ରକାର ପରିବାର ନିୟୋଜନ ସେବା ଓ ହିତାଧିକାରୀଙ୍କ ପାଇଁ ଆର୍ଥିକ ପ୍ରୋତ୍ସାହନ ବିଷୟରେ ଆଲୋକପାତ କରିଥିଲେ। ଜନସଂଖ୍ୟା ସ୍ଥିରିକରଣ ପକ୍ଷ ଜୁଲାଇ ୧୧ ରୁ ଜୁଲାଇ ୨୪ ତାରିଖ ପର୍ଯ୍ୟନ୍ତ ଚାଲିବ।

ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡା. ପୂର୍ଣ୍ଣିମା ଉଦଗାତା, ଜିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ ଡା. ଧନଞ୍ଜୟ ବେହେରା, ଜିଲ୍ଲା କାର୍ଯ୍ୟକ୍ରମ ପରିଚାଳକ ଦୀପକ କୁମାର ମହାନ୍ତି, ଡି ଏମ୍ ଆର ସି ଏଚ୍ ସୂର୍ଯ୍ୟପ୍ରତାପ ମାନସିଂହ, ଅତିରିକ୍ତ ଜିଲ୍ଲା ଜନ ସ୍ୱାସ୍ଥ୍ୟ ସଂଚାର ଅଧିକାରୀ ଭରତ କୁମାର ସାହୁ ଉପସ୍ଥିତ ଥିଲେ।

Share

Leave a Reply