ଅନ୍ୟାନ୍ୟ

ବିଶ୍ବ ଜନସଂଖ୍ୟା ଦିବସ: ଜନସଂଖ୍ୟାରେ ସ୍ଥିରତା ଆଣିବାକୁ ଗଡ଼ିଲା ସଚେତନତା ରଥ

By Angul TV Bureau

July 01, 2023

ଅନୁଗୁଳ: ଆଜି ପୂର୍ବାହ୍ନରେ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ବିଶ୍ବ ଜନସଂଖ୍ୟା ଦିବସ ଉପଲକ୍ଷେ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।

ବିଶ୍ବରେ ଜନସଂଖ୍ୟା ସ୍ଥିରତା ଆଣିବା ପାଇଁ ପ୍ରତିବର୍ଷ ଜୁନ୍ ମାସ ୨୭ ରୁ ଜୁଲାଇ ୧୦ ତାରିଖ ପର୍ଯ୍ୟନ୍ତ ସଚେତନତା ପକ୍ଷ ପାଳନ କରାଯାଇ ପରିବାର ନିୟୋଜନ ସମ୍ପର୍କରେ ସଚେତନ କରାଯାଉଛି।

ଏ ଅବସରରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରୁ ସଚେତନତା ରଥର ଶୁଭାରମ୍ଭ କରାଯାଇଛି। ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ତଥା ଜିଲ୍ଲା ମିଶନ ନିର୍ଦ୍ଦେଶକ ଡା.ତ୍ରିଲୋଚନ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ରଥର ଶୁଭାରମ୍ଭ କରିବା ସହ ପରିବାର ନିୟୋଜନର ବିଭିନ୍ନ ପଦ୍ଧତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟଠାରୁ ଆରମ୍ଭ କରି ଜିଲ୍ଲାର ଉପଚିକିତ୍ସା କେନ୍ଦ୍ର, ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର, ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ର ଓ ଉପଖଣ୍ଡସ୍ତରୀୟ ସ୍ବାସ୍ଥ୍ୟକେନ୍ଦ୍ରରେ ଉପଲବ୍ଧ ବୋଲି ପ୍ରକାଶ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ (ପରିବାର କଲ୍ୟାଣ ) ଡା.ଦିଲ୍ଲୀପ କୁମାର ପଟ୍ଟନାୟକଙ୍କ ସହ ପାରାମେଡିକାଲ, ଆଶା, ସ୍ବାସ୍ଥ୍ୟ କର୍ମୀ ପ୍ରମୁଖ ଉପସ୍ଥିତ ଥିଲେ।