ଭୁବନେଶ୍ୱର: ଟ୍ରପଲାଇନ୍ ପ୍ରଭାବରେ ସାରା ରାଜ୍ୟରେ ଦିନରେ ତାତି ସହିତ ଅପରାହ୍ନରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ପବନ ହେଉଛି। ଦିନବେଳା ଟାଣଖରା ଅସ୍ତବ୍ୟସ୍ତ କରିଦେଉଥିବା ବେଳେ ଅପରାହ୍ନରେ ପ୍ରବଳ ବର୍ଷା ପବନ ଟିକେ ଆଶ୍ୱସ୍ତ କରୁଛି। ତେବେ ଆସନ୍ତା ୪ ଦିନ ଯାଏ ରାଜ୍ୟରେ ଏଭଳି ପାଗ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଆଜି ଉପକୂଳ, ଉତ୍ତର ଓ ପଶ୍ଚିମ ଓଡ଼ିଶାକୁ କାଳବୈଶାଖୀ ସତର୍କତା ଜାରି ହୋଇଛି। ୧୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଅନୁଗୁଳ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ସମ୍ବଲପୁର, ଝାରସୁଗୁଡ଼ା ଆଦି ଜିଲ୍ଲାରେ ଅପରାହ୍ନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ସେହିପରି ଆସନ୍ତାକାଲି ଉତ୍ତର, ଦକ୍ଷିଣ ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।