ମୁଖ୍ୟ ଖବର

୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ଆସନ୍ତା ୫ ଦିନ ପ୍ରବଳ ବର୍ଷିବ 

By Angul TV Bureau

July 05, 2022

ଅନୁଗୁଳ/ଭୁବନେଶ୍ୱର: ଉତ୍ତର ଛତିଶଗଡ଼ ଏବଂ ଉତ୍ତର- ପୂର୍ବ ମଧ୍ୟ ପ୍ରଦେଶରେ ସୃଷ୍ଟ ଲଘୁଚାପ ଯୋଗୁ ଆସନ୍ତା ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ। ଏଣୁ ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଲଘୁଚାପ ପ୍ରଭାବରେ ଗଜପତି, ଗଞ୍ଜାମ, ପୁରୀ, ଜଗତସିଂହପୁର, କଟକ, ଢେଙ୍କାନାଳ, ବଲାଙ୍ଗୀର, ବରଗଡ଼, ନୂଆପଡ଼ା, ସମ୍ବଲପୁର, ଅନୁଗୁଳ ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଆସନ୍ତା ୫ ଦିନ ଯାଏଁ ଏଭଳି ସ୍ଥିତି ଲାଗି ରହିବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ।