ମୁଖ୍ୟ ଖବର

କୁହୁଡ଼ି ପାଇଁ ୧୦ରୁ ଉର୍ଦ୍ଧ୍ବ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ 

By Angul TV Bureau

December 27, 2021

ଅନୁଗୁଳ: ଶୀତ ସାମାନ୍ୟ କମିଛି ।  ଅସହ୍ୟ ଜାଡରରେ ଟିକିଏ ସୁଧାର ଆସିଛି । ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ବଢିବା ସହିତ ଶୀତ କମିଛି । ହେଲେ  ଆସନ୍ତା‌ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କୁହୁଡ଼ି ହେବାର ସମ୍ଭାବନା ରହିଛି। ଏଥିପାଇଁ ୧୦ରୁ ଉର୍ଦ୍ଧ୍ବ ଜିଲ୍ଲାକୁ କୁହୁଡ଼ି ପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ହେଲେ- ଅନୁଗୁଳ, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କନ୍ଧମାଳ, ଗଞ୍ଜାମ, କଳାହାଣ୍ଡି,ମୟୁରଭଞ୍ଜ ଓ କୋରାପୁଟ ରହିଛି। ଏଥିସହିତ ଅଭ୍ୟାନ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ କୁହୁଡ଼ି ପଡ଼ିବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।