ନାବାଳିକା ଅପହରଣ ଓ ଦୁଷ୍କର୍ମ ଅଭିଯୋଗରେ ଯୁବକ ଗିରଫ

You are currently viewing ନାବାଳିକା ଅପହରଣ ଓ ଦୁଷ୍କର୍ମ ଅଭିଯୋଗରେ ଯୁବକ ଗିରଫ

ଅନୁଗୁଳ: ଅନୁଗୁଳ ଜିଲ୍ଳା ବନ୍ତଳା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ ଓ ଦୁଷ୍କର୍ମ ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫକରି କୋର୍ଟ ଚାଲାଣ କରିଛି।

ସୂଚନା ଯେ, ଖିଣ୍ଡା ଗାଁର ରାଜା ସେଠୀ(୨୦) ଜଣେ ୧୫ ବର୍ଷର ନାବାଳିକାଙ୍କୁ ପ୍ରେମ ଜାଲରେ ଫସାଇ ଗତ ଅକ୍ଟୋବର ୨୬ ତାରିଖରେ ଅପହରଣ କରିନେଇଥିଲେ। ଏ ନେଇ ନାବାଳିକାଙ୍କ ମା’ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗପାଇ ପୋଲିସ ଏକ ମାମଲା ରୁଜୁକରି ଘଟଣାର ତଦନ୍ତକରି ରବିବାର କିଶୋରନଗର ଥାନା ଅଞ୍ଚଳରୁ ନାବାଳିକାଙ୍କୁ ଉଦ୍ଧାର କରିବାସହ ଅଭିଯୁକ୍ତ ଯୁବକଙ୍କୁ ଗିରଫ କରିଛି। ଉଭୟଙ୍କ ଡ଼ାକ୍ତରୀ ପରୀକ୍ଷା କରାଯାଇଛି। ନାବାଳିକାଙ୍କୁ ଦୁଷ୍କର୍ମ କରାଯାଇଛି। ତେଣୁ ଦୁଷକର୍ମ ଓ ପକସୋ ଆଇନରେ ଯୁବକଙ୍କୁ କୋର୍ଟ ଚାଲାଣ କରାଯାଇଛି।

Share

Leave a Reply