ମୁଖ୍ୟ ଖବର

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ: ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

By Angul TV Bureau

July 11, 2026

ଅନୁଗୋଳ: ଅନୁଗୋଳ ଜିଲ୍ଲା ବଅଁରପାଳ ଥାନା ଅନ୍ତର୍ଗତ ଗଡ଼ ବୁଢ଼ାପଙ୍କ ପଞ୍ଚାୟତର ପନ୍ଦରଭରଣୀଆ ଗ୍ରାମରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ। ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଏମସିଏଲ୍ କୁ ଡ୍ୟୁଟି ଯାଉଥିବା ବେଳେ ସୁଶାନ୍ତ ସାହୁ ନାମକ ଜଣେ ଯୁବକଙ୍କୁ କିଛି ଦୁର୍ବୃତ୍ତ ସଂଘବଦ୍ଧ ଭାବେ ଆକ୍ରମଣ କରିଛନ୍ତି। ଏହି ମରଣାନ୍ତକ ଆକ୍ରମଣରେ ସୁଶାନ୍ତ ଗୁରୁତର ଭାବେ ଆହତ ହୋଇଛନ୍ତି। ଖବର ପାଇ ସ୍ଥାନୀୟ ଲୋକେ ତୁରନ୍ତ ପୋଲିସକୁ ସୂଚନା ଦେଇଥିଲେ। ବଅଁରପାଳ ଥାନା ଅଧିକାରୀ ଦୁଷ୍ମନ୍ତ କୁମାର ସିଂହ ଓ ସବ୍-ଇନ୍ସପେକ୍ଟର ଅମିତ୍ ମିଶ୍ର ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଯୁବକଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି।

ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା ଦେଖାଦେଇଛି। ପୋଲିସ ପକ୍ଷରୁ ଘଟଣାର ତଦନ୍ତ ଜାରି ରହିଥିବା ବେଳେ ଆକ୍ରମଣର ପ୍ରକୃତ କାରଣ କ’ଣ ଏବଂ ଦୁର୍ବୃତ୍ତମାନେ କିଏ, ତାହା ସ୍ପଷ୍ଟ ହୋଇନାହିଁ। ପୋଲିସ ସିସିଟିଭି ଏବଂ ସ୍ଥାନୀୟ ଲୋକଙ୍କ ବୟାନ ଆଧାରରେ ତଦନ୍ତକୁ ଜୋରଦାର କରିଛି।