ଆଠମଲ୍ଲିକର ଯୁବ ବିଜେପି ନେତା ସୁଶାନ୍ତ ସାହୁଙ୍କ ପରଲୋକ, ଶୋକ ବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

You are currently viewing ଆଠମଲ୍ଲିକର ଯୁବ ବିଜେପି ନେତା ସୁଶାନ୍ତ ସାହୁଙ୍କ ପରଲୋକ, ଶୋକ ବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଅନୁଗୁଳ: ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ପେଡିପଥର ପଞ୍ଚାୟତର ଯୁବ ବିଜେପି ନେତା ସୁଶାନ୍ତ କୁମାର ସାହୁଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ତାଙ୍କ ମୃତ୍ୟୁରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସେ ଏକ ଶୋକବାର୍ତ୍ତାରେ ଲେଖିଛନ୍ତି, ଆମ ଦଳର ଆଠମଲ୍ଲିକ ବ୍ଲକର ଯୁବ କାର୍ଯ୍ୟକର୍ତ୍ତା ସୁଶାନ୍ତ କୁମାର ସାହୁଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରକାଶ କରିଛନ୍ତି।

ଶ୍ରୀ ସାହୁଙ୍କ ବିୟୋଗରେ ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣି, ଅନୁଗୁଳ ଜିଲ୍ଲା ବିଜେପି ସଭାପତି ଦିଲେଶ୍ୱର ପ୍ରଧାନ, ପାଳଲହଡା ବିଧାୟକ ଅଶୋକ ମହାନ୍ତି, ଅନୁଗୁଳ ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନ, ଛେଣ୍ଡିପଦା ବିଧାୟକ ଅଗସ୍ତି ବେହେରା, ଏନ ଏସ ଆଇ ସି ଡାଇରେକ୍ଟର କାଳନ୍ଦି ସାମଲ, ପ୍ରାକ୍ତନ ମନ୍ତ୍ରୀ ସଂଜୀବ ସାହୁ, ପ୍ରାକ୍ତନ ବିଧାୟକ ରମେଶ ସାଏ, ଅନୁଗୁଳ ଜୋନାଲ ମିଡିଆ ସେଲ ସଂଯୋଜକ ପର୍ଶୁରାମ ବାରିକ, ଜିଲ୍ଲା କୋଷାଧ୍ୟକ୍ଷ ବିଶ୍ୱଜିତ ମିଶ୍ର ପ୍ରମୁଖ ଶୋକ ପ୍ରକାଶ କରିଛନ୍ତି।

Share

Leave a Reply