ମୁଖ୍ୟ ଖବର

ତାଳଚେର ଥାନା ସମ୍ମୁଖରେ ଯୁବକଙ୍କୁ ହତ୍ୟା

By Angul TV Bureau

January 03, 2026

ଅନୁଗୁଳ: ଅନୁଗୁଳ ଜିଲ୍ଲା ତାଳଚେର ଟାଉନ ଥାନା ନିକଟରେ ଜଣେ ବ୍ୟକ୍ତିଙ୍କ ବେକକୁ ପେଚକସରେ ଆକ୍ରମଣ କରି ହତ୍ୟା କରାଯାଇଛି। ମୃତକ ହେଲେ  ଅଞ୍ଚଳର ସନ୍ତୋଷ ମହାପାତ୍ର। ହତ୍ୟାକାରୀ ଚଗଲା ଅମାନ୍ତଙ୍କୁ ତାଳଚେର ପୋଲିସ ଅଟକ ରଖି ଅଧିକ ତଦନ୍ତ ଜାରି ରଖିଛି।

ସୂଚନା ଅନୁସାରେ କିଛି ଦିନ ପୂର୍ବରୁ ହତ୍ୟାକାରୀ ଚଗଲା ଅମାନ୍ତ ମୃତକ ସନ୍ତୋଷ ମହାପାତ୍ରଙ୍କୁ ଏକ ଭୋଜିରେ ରୋଷେଇ କରିବାକୁ ଡାକି ନେଇଥିଲେ। ସେହି ଭୋଜିରେ ଚଗଲା ଅମାନ୍ତଙ୍କର ୭ ହଜାର ୨୦୦ ଟଙ୍କା ସନ୍ତୋଷ ଚୋରାଇ ଆଣିଥିବା ନେଇ ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ଆଜି ଉକ୍ତ ଟଙ୍କାକୁ ନେଇ ଉଭୟଙ୍କ ମଧ୍ୟରେ ତାଳଚେର ଥାନା ନିକଟରେ ଯୁକ୍ତିତର୍କ ହୋଇଥିଲା ଯାହାକୁ ନେଇ ହତ୍ୟାକାରୀ ଚଗଲା ଏକ ପେଚକସ ମାଧ୍ୟମରେ ତାଙ୍କ ବେକକୁ ଆକ୍ରମଣ କରିଥିଲା।

ପୋଲିସ ଘଟଣା ସ୍ଥଳରୁ ସନ୍ତୋଷଙ୍କୁ ଉଦ୍ଧାର କରି ସ୍ଥାନୀୟ ମଣ୍ଡାପାଳ ଚିକିତ୍ସାଳୟରେ ଭର୍ତ୍ତି କରିଥିଲା,କିନ୍ତୁ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ସନ୍ତୋଷଙ୍କୁ ଭୋଜି କରିବାକୁ ଡାକି ନେଇ ଚଗଲା ତାଙ୍କ ପଇସା ଦେଇନଥିବା ବେଳେ ମାଗିବାରୁ ସେ ଏଭଳି ହତ୍ୟାକାଣ୍ଡ ଘଟାଇଥିବା ତାଙ୍କ ପତ୍ନୀ ଅଭିଯୋଗ ଆଣିଛନ୍ତି।